Page Nav

HIDE

Classic Header

{fbt_classic_header}

Top Ad

Breaking News:

latest
//

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

  ଭୁବନେଶ୍ବର: ଆଜି ୨ ଦିନିଆ ଓଡ଼ିଶା ଗସ୍ତରେ ଆସି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି। ଏକ ସ୍ବତନ୍...

 


ଭୁବନେଶ୍ବର: ଆଜି ୨ ଦିନିଆ ଓଡ଼ିଶା ଗସ୍ତରେ ଆସି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି। ଏକ ସ୍ବତନ୍ତ୍ର ବିମାନ ଯୋଗେ ସେ ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ରାଜ୍ୟପାଳ ପ୍ରଫେସର୍ ଗଣେଶୀଲାଲ୍ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବାଗତ କରିଛନ୍ତି। ରାଷ୍ଟ୍ରପତି ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରେ ତାଙ୍କୁ ଗାର୍ଡ ଅଫ୍ ଅର୍ନର ପ୍ରଦାନ କରାଯାଇଛି।ସେଠାରୁ ସେ ହେଲିକପ୍ଟର ଯୋଗେ ପୁରୀ ଯିବେ। ପୁରୀ ତାଳବଣିଆ ହେଲିପ୍ୟାଡ୍ରେ ପହଞ୍ଚିବା ପରେ କାର୍କେଡ୍ ମଧ୍ୟରେ ମହାପ୍ରଭୁଙ୍କ ଦର୍ଶନ ଲାଗି ଶ୍ରୀମନ୍ଦିର ଯିବେ ରାଷ୍ଟ୍ରପତି। ଶ୍ରୀମନ୍ଦିରରେ ପାଖାପାଖି ଏକ ଘଣ୍ଟା ରହିବେ। ମହାପ୍ରଭୁଙ୍କ ଦର୍ଶନ ସାରି ରାଷ୍ଟ୍ରପତି ସିଂହଦ୍ବାରରେ ଥିବା ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ ଏବଂ ସେଠାରୁ ସିଧା ରାଜଭବନ ବାହାରିବେ। ୧୨ଟାରେ ରାଜଭବନରେ ସେ ମହାପ୍ରସାଦ ସେବନ କରିବାର କାର୍ଯ୍ୟକ୍ରମ ରହିଛି।ରାଷ୍ଟ୍ରପତି ଅପରାହ୍ଣରେ ହେଲିକପ୍ଟର ଯୋଗେ ଭୁବନେଶ୍ୱର ଫେରିଆସିବେ। ଭୁବନେଶ୍ବରରେ ପହଞ୍ଚି ମଧ୍ୟରେ ବିଭିନ୍ନ ଛକରେ ଥିବା ସ୍ୱାଧୀନତା ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି ଦେବେ। ରାଜଧାନୀର ୬ଟି ଭିନ୍ନ ଭିନ୍ନ ସ୍ଥାନରେ ଥିବା ୮ଜଣ ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ ରାଷ୍ଟ୍ରପତି।

No comments