Page Nav

HIDE

Classic Header

{fbt_classic_header}

Top Ad

Breaking News:

latest
//

୨୪ ଘଣ୍ଟା ମଧ୍ୟରେ ୮ ଜିଲ୍ଲାରେ ବଜ୍ରପାତ ସହ ଝଡ଼ବର୍ଷା ସମ୍ଭାବନା; ୟେଲୋଓ୍ଵାର୍ଣ୍ଣିଂ ଜାରି

  ଭୁବନେଶ୍ୱର:  ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପୁଣିଥରେ ସକ୍ରିୟ ହୋଇଛି। ମୌସୁମୀ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ହାଲୁକାରୁ ...

 


ଭୁବନେଶ୍ୱର: ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପୁଣିଥରେ ସକ୍ରିୟ ହୋଇଛି। ମୌସୁମୀ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଅନ୍ୟପକ୍ଷରେ ୧୨ ତାରିଖ ବେଳକୁ ଉତ୍ତରପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ସମ୍ଭାବ୍ୟ ଘୂର୍ଣ୍ଣିବଳୟ ପ୍ରଭାବରେ ୧୨ ତାରଖରୁ ରାଜ୍ୟରେ ବର୍ଷାର ପରିମାଣ ଏବଂ ବିସ୍ତୃତି ବଢିବ ଏବଂ ରାଜ୍ୟରେ ୧୧, ୧୨ ଓ ୧୩ ତାରିଖରେ ପ୍ରବଳ ବର୍ଷା ହେବ ବୋଲି ଆଜି ଅପରାହ୍ନରେ ଜାରି ସତର୍କ ସୂଚନାରେ କହିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।ଏହି ପରିପ୍ରେକ୍ଷୀରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୧୧ ସେପ୍ଟେମ୍ବର, ସୋମବାର ଅପରାହ୍ନ ମଧ୍ୟରେ ରାଜ୍ୟର ୮ଟି ଜିଲ୍ଲାରେ ବଜ୍ରପାତ ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ରାଜ୍ୟର ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ପ୍ରଭୃତି ୮ଟି ଜିଲ୍ଲାରେ ବଜ୍ରପାତ ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଜାରି ସତର୍କ ସୂଚନାରେ କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।ଅନ୍ୟପକ୍ଷରେ ଟୁଇନ୍‌ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି (ଶନିବାର) ସକାଳୁ ଆକାଶ ଆଂଶିକ ମେଘାଛନ୍ନ ରହିଛି। ତେବେ, ଟୁଇନ୍‌ ସିଟି ଅଞ୍ଚଳରେ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ବଜ୍ରପାତ ସହ ଅସରାଏ, ଦୁଇଅସରା ହାଲକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

No comments